କନକ ବ୍ୟୁରୋ: ଓଡ଼ିଶାରେ ହେବ ୯୨ଟି ରେଳ ଓଭର୍ବ୍ରିଜ୍ । ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ରେଳ ଓଭରବ୍ରିଜ୍ ଗୁଡ଼ିକ ପାଇଁ ୫୦-୫୦ ଅନୁପାତରେ ଖର୍ଚ୍ଚ କରିବେ ବୋଲି ସ୍ଥିର ହୋଇଥିଲା ।
ବଢ଼ୁଛି ନୂଆପଡ଼ା ତାତି, ପ୍ରଚାର ବେଳେ ପ୍ରଭାତୀ-ସ୍ନେହାଙ୍ଗିନୀ ମୁହାଁମୁହିଁ
ତେବେ ଏହି ଖର୍ଚ୍ଚ ସମ୍ପୂର୍ଣ୍ଣ ଭାବେ ରେଳ ମନ୍ତ୍ରାଳୟ ବହନ କରିବାକୁ ରାଜ୍ୟ ସରକାର ଅନୁରୋଧ କରିଥିଲେ । ଏହାକୁ ଧ୍ୟାନ ଦେଇ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବାକୁ ରେଳ ମନ୍ତ୍ରାଳୟ ନିଷ୍ପତ୍ତି ନେଇଛି । ଏନେଇ ପତ୍ର ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଜଣାଇ ଦିଆଯାଇଛି। ଓଡ଼ିଶାର ଭିତ୍ତିଭୂମି ବିକାଶ ପ୍ରତି କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଓଡ଼ିଶାବାସୀଙ୍କ ପକ୍ଷରୁ ଧନ୍ୟବାଦ ଜଣାଇଛନ୍ତି । 
 
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/10/31/rail-over-bridge-2025-10-31-08-33-12.jpg)