ଜାତୀୟ ଶିକ୍ଷାନୀତି ୨୦୨୦ଲାଗୁ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି: ଆଜିଠୁ ଭୁବନେଶ୍ୱରରେ ଆରମ୍ଭ ହେଉଛି ୩ଦିନିଆ ଏନଇପି କର୍ମଶାଳା

Advertisment

୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ଏନ୍‌ଇପି କାର୍ଯ୍ୟକାରିତା ନେଇ ଆଜିଠୁ ଆରମ୍ଭ ହେଉଛି ତିନି ଦିନିଆ ଜାତୀୟ କର୍ମଶାଳା।

୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ଏନ୍‌ଇପି କାର୍ଯ୍ୟକାରିତା ନେଇ ଆଜିଠୁ ଆରମ୍ଭ ହେଉଛି ତିନି ଦିନିଆ ଜାତୀୟ କର୍ମଶାଳା।

ାିାିା

କନକ ବ୍ୟୁରୋ: ୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ଏନ୍‌ଇପି କାର୍ଯ୍ୟକାରିତା ନେଇ ଆଜିଠୁ ଆରମ୍ଭ ହେଉଛି ତିନି ଦିନିଆ ଜାତୀୟ କର୍ମଶାଳା। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ହେବାକୁ ଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କର୍ମଶାଳାରେ ସାମିଲ ହେବେ। ପ୍ରଥମ ପର୍ଯ୍ୟାୟରେ ଏନ୍‌ଇପିର କାର୍ଯ୍ୟକାରୀ ଓ ସ୍ଥାନୀୟ ପ୍ରସଙ୍ଗୀକରଣ ସହ ଜାତୀୟ ପାଠ୍ୟକ୍ରମ ରୂପରେଖ ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଘୋଷଣା କରିସାରିଛି। ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ପିଲାଙ୍କୁ ୬ବର୍ଷ ବୟସ ହେବା ବାଧ୍ୟତାମୂଳକ। ୬ବର୍ଷ ବୟସ ହୋଇନଥିଲେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ମିଳିବନି ଅନୁମତି। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଏହା ସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ। ଏଠାରେ ୫ରୁ ୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ। ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ୟ୍ୟକାରୀ ପାଇଁ ପଦକ୍ଷେପ ନିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe