କନକବ୍ୟୁରୋ : ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଲଘୁଚାପ, ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ବଳ ଗୋଟାଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ  ।  ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଦ୍ର ଉପକୂଳ ଅତିକ୍ରମ କରିବ ଅଵପାତ ।  ପରିଣାମରେ କୋରାପୁଟ ଓ ମାଲକାନଗିରି  ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି  ।

Advertisment

ଏବେ ପରବର୍ତ୍ତୀ ଦୁଇରୁ ତିନି ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି। ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି। ଟୁଇନ୍ ସିଟିରେ ବି ଝିପ୍‌ ଝିପ୍‌ ବର୍ଷା ଲାଗି ରହିଛି।