ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ମାଲକାନଗିରି ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ  ପ୍ରବଳ ବର୍ଷା ଆଶଙ୍କା ।

Advertisment

ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।

ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।

cyclone-1

କନକ ବ୍ୟୁରୋ : ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଯୋଗୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦୁଇ ତାରିଖରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଭଳି ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । 

ଅନ୍ୟପଟେ ସେପ୍ଟେମ୍ବର ୪ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା କରାଯାଇଛି । ଶ୍ରୀକାକୁଲମ୍ ଓ ବିଶାଖାପାଟନମରୁ ଦୂରରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି କ୍ଷେତ୍ର ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ କ୍ଷେତ୍ର ୪ ଦିନରେ ଅବପାତ ରୂପ ନେବ । ୭ ବା ୮ ତାରିଖରେ ଏହା ଓଡ଼ିଶା ଉପକୂଳରୁ ଛତିଶଗଡ଼ ଆଡ଼କୁ ମୁହାଁଇବାର ଅଛି । ତେଣୁ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe