Photograph: (rain)
କନକ ବ୍ୟୁରୋ: ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ। ଏହା ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ଅଧିକାଂଶ ଜିଲ୍ଲା ତଥା ୨୪ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ତେବେ ଆସନ୍ତାକାଲି ପାଇଁ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ଆଲର୍ଟ କାରି କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୧୯ ଅଗଷ୍ଟ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ।
Follow Us