ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ପ୍ରଭାବରେ କାଲିଠୁ ସାରା ରାଜ୍ୟରେ ବର୍ଷା

Advertisment

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ, ଘନୀଭୂତ ହୋଇ ଉତ୍ତର ଦିଗରେ ଗତିକରିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡିଶା ଉପକୂଳ ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାରେ ସମ୍ଭାବନା ରହିଛି ପ୍ରଭାବରେ ଆସନ୍ତା ୧୦ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା। ଆଜି ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୨୧ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

14Y

କନକ ବ୍ୟୁରୋ :   ଘନୀଭୂତ ହେଉଛି ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ। ଆସନ୍ତା୨ ରୁ ୩ ଦିନ ମଧ୍ୟରେ ନେବ ଅବପାତର ରୂପ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ, ଘନୀଭୂତ ହୋଇ ଉତ୍ତର ଦିଗରେ ଗତିକରିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡିଶା ଉପକୂଳ ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାରେ ସମ୍ଭାବନା ରହିଛି ପ୍ରଭାବରେ ଆସନ୍ତା ୧୦ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଲାଗିରହିବ ବର୍ଷା। ଆଜି ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୨୧ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା କାଲି ବଢିବ ବର୍ଷାର ପରିମାଣ । ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି । ୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ । ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ। ସେଥିପାଇଁ ୮,୯ ଏବଂ ୧୦ ତାରିଖରେ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମନା। ଅବପାତଟି ଉତ୍ତର ଓଡିଶା ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ମୁହାଁ ହେବ। ଉପର ମହାନଦୀ ଏବଂ ତଳ ମହାନଦୀ ଅବବାହିକାରେ ପ୍ରବଳ ବର୍ଷା ହେବ।
 
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe