ଆଜି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ । ବୈଠକରେ ଯୋଗ ଦେବେ କେନ୍ଦ୍ର ଗୃହମନ୍ତ୍ରୀ

Advertisment

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଆଜି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ। ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମାନେ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲଙ୍କ ସମେତ ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କରୁଥିବା ୫ଜଣ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ବୈଠକରେ ସାମିଲ ହେବେ ।

Updated On

ଅଦ୍ୟତନ ହୋଇଛି
amit saha 1

କନକବ୍ୟୁରୋ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଆଜି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ। ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ମାନେ ଏହି ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲଙ୍କ ସମେତ ମାଓ ପ୍ରଭାବିତ ରାଜ୍ୟ ଗୁଡ଼ିକୁ ବିକାଶମୂଳକ ସହଯୋଗ କରୁଥିବା ୫ଜଣ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ବୈଠକରେ ସାମିଲ ହେବେ।

ଓଡିଶା , ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିହାର , ଛତିଶଗଡ, ମହାରାଷ୍ଟ୍ର, ଝାଡଖଣ୍ଡ ଏବଂ ମଧ୍ୟପ୍ରଦେଶର ମାଓ ମୁକାବିଲା ସ୍ଥିତି ନେଇ ଆଜିର ବୈଠକରେ ଆଲୋଚନା କରାଯିବ। ଛତିଶଗଡ଼ରେ ଶୁକ୍ରବାର ବଡ଼ ସଂଖ୍ୟାରେ ମାଓବାଦୀଙ୍କୁ ନିପାତ କରାଯିବା ପରିପ୍ରେକ୍ଷୀରେ ଆଜିର ଏହି ମାଓ ମୁକାବିଲା ବୈଠକ ଯଥେଷ୍ଟ ଗୁରୁତ୍ବ ବହନ କରୁଛି।  ଏହି ବୈଠକରେ ଯୋଗଦେବାକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ରବିବାରଡୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।

ଏହି ୩ ଦିନିଆ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ରମନ୍ତ୍ରୀଙ୍କୁ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ନେଇ ସାକ୍ଷାତ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe