ପ୍ରୟାଗରାଜ କୁମ୍ଭମେଳାରେ ଦଳାଚକଟା । ଦ୍ୱିତୀୟ ସାହିସ୍ନାନ ପୂର୍ବରୁ ଅଘଟଣ । ୧୦ ମୃତ୍ୟ ଆଶଂକା, ଶତାଧିକ ଆହତ

Advertisment

ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଶତାଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି। ସ୍ଥିତି ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

1kcúcû~kìêúc

1kcúcû~kìêúc Photograph: (1kcúcû~kìêúc)

କନକ ବ୍ୟୁରୋ : ମହାକୁମ୍ଭମେଳାରେ ବଡ଼ ଅଘଟଣ। ସାହିସ୍ନାନ ବେଳେ ଦଳାଚକଟା। ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା। ମୃତଦେହକୁ ପ୍ରୟାଗରାଜ ମେଡିକାଲ କଲେଜକୁ ନିଆଯାଇଛି। ମୃତକଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି । ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଶତାଧିକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି। ସ୍ଥିତି ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦଳାଚକଟା ପରେ ୧୩ଟି ଆଖଡାର ସାହିସ୍ନାନ ରଦ୍ଦ କରାଯାଇଛି। ଆଜି ମୌନୀ ଅମାବାସ୍ୟା ପାଇଁ ପ୍ରୟାଗରାଜରେ ୧୦ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ ବୋଲି ଆଶା କରାଯାଇଥିଲା। ଭୋର ୪ଟାରୁ ଅମୃତ ସ୍ନାନ ଆରମ୍ଭ ହୋଇଥିଲା। ଏଥିପାଇଁ ଶ୍ରଦ୍ଧାଳୁମାନେ ଏକାଠି ହୋଇଥିଲେ। ଏହି ସମୟରେ ଦଳାଚକଟା ହୋଇଥିଲା।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe