କନକ ବ୍ୟୁରୋ : ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି ।

Advertisment

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍‌ ଗୀତ ଭେଟି ଦେଇଥିବା ହ୍ୟୁମାନ୍‌ ସାଗର ଘରେ ଘରେ ପରିଚିତ । ହ୍ୟୁମାନ୍ ସାଗରଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିଲେ ଲକ୍ଷ ଲକ୍ଷ ଫ୍ୟାନ୍ସ । ଅଧିକ ଚିକିତ୍ସା ଲାଗି ତାଙ୍କୁ ରାଜ୍ୟ ବାହାରକୁ ନେବା ପାଇଁ ଯୋଜନା ରହିଥିଲା । ଏଥିପାଇଁ ରାଜ୍ୟ ସରକାରଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଥିଲେ ତାଙ୍କ ମାଆ ଓ ସ୍ତ୍ରୀ । ପୂର୍ବରୁ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି ।

ଆଜି ପତ୍ନି ଶ୍ରେୟାଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ହ୍ୟୁମାନଙ୍କ ସ୍ୱାସ୍ଥ୍ୟରେ କୌଣସି ସୁଧାର ଆସିନଥିଲା । ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । କିଛିଦିନ ତଳେ ଅସୁସ୍ଥ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଥିଲା । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ୱା ସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍‌ସ ସ୍ଥାନାନ୍ତର କରାଯାଇଥିଲା ।