କନକ ବ୍ୟୁରୋ: ସରିଲା ନାମାଙ୍କନ, ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ । ଏହାସହ ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।
ନୂଆପଡ଼ା ଉପ ନିର୍ବାଚନ: ବିଜେଡି ପ୍ରାର୍ଥୀ ଭରିଲେ ନାମାଙ୍କନ
ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି । ସେପଟେ ନାମାଙ୍କନ ସରିଥିବା ବେଳେ ଆଜିଠୁ ଜମିବ ପ୍ରଚାର । ପ୍ରଚାର ମୈଦାନକୁ ଓହ୍ଲାଇବେ ୩ ଦଳର ହେଭିୱେଟ୍ । ବିଜେପି, କଂଗ୍ରେସ ଓ ବିଜେଡିର ପ୍ରାର୍ଥୀ ଜୋରଦାର ପ୍ରଚାର କରି ନିଜ ସପକ୍ଷରେ ଭୋଟ୍ ହାତେଇବାର ପ୍ରୟାସ କରିବେ । ଅକ୍ଟୋବର ୨୪ (ଶୁକ୍ରବାର) ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/10/21/nuapada-by-election-2025-10-21-07-54-38.jpg)