ତେଲେଙ୍ଗାନା ଟନେଲ ଦୁର୍ଘଟଣା । ଫଶି ରହିଛନ୍ତି ୮ ଶ୍ରମିକ, ଉଦ୍ଧାର କରିବାକୁ ଏସଡିଆରଏଫ୍ ଚଳାଇଛି ଅପରେସନ

ଟିମ୍ ଉଦ୍ଧାର କାର୍ୟ୍ୟରେ ଲାଗିଥିଲେ ମଧ୍ୟ ଟନେଲ ଭିତରକୁ ଯିବା ସମ୍ଭବ ହୋଇନାହିଁ। ଟନେଲ୍ ଭିତରେ କାଦୁଅ ଭର୍ତ୍ତି ହୋଇଥିବାରୁ ଅନ୍ୟ ବାଟ ଦେଇ ଯିବା ପାଇଁ ଉଦ୍ୟମ କରାଯାଉଛି। ଭାରତୀୟ ସେନା ଓ ଏନ୍‌ଡିଆରଏଫ୍‌ର ମଧ୍ୟ ସହାୟତା ନିଆଯାଉଛି। ସୁଡଙ୍ଗ କାମ ଦୀର୍ଘ ଦିନ ଧରି ଅଟକି ରହିଥିଲା।

gdfsdfrgsertgear

କନକ ବ୍ୟୁରୋ : ତେଲେଙ୍ଗାନା ନାଗରକୁରନୁଲ ଜିଲ୍ଲାରେ ନିର୍ମାଣାଧୀନ ଟନେଲ ଭୁଶୁଡ଼ି ପଡ଼ିବାରୁ ଫସି ରହିଥିବା ୮ କର୍ମଚାରୀଙ୍କୁ ଉଦ୍ଧାର ପାଇଁ ଜୋରଦାର ଚାଲିଛି ରେସ୍‌କ୍ୟୁ ଅପରେସନ୍। ରାତି ସାରା ଏସ୍‌ଡିଆରଏଫ୍ ଟିମ୍ ଉଦ୍ଧାର କାର୍ୟ୍ୟରେ ଲାଗିଥିଲେ ମଧ୍ୟ ଟନେଲ ଭିତରକୁ ଯିବା ସମ୍ଭବ ହୋଇନାହିଁ। ଟନେଲ୍ ଭିତରେ କାଦୁଅ ଭର୍ତ୍ତି ହୋଇଥିବାରୁ ଅନ୍ୟ ବାଟ ଦେଇ ଯିବା ପାଇଁ ଉଦ୍ୟମ କରାଯାଉଛି। ଭାରତୀୟ ସେନା ଓ ଏନ୍‌ଡିଆରଏଫ୍‌ର ମଧ୍ୟ ସହାୟତା ନିଆଯାଉଛି। ସୁଡଙ୍ଗ କାମ ଦୀର୍ଘ ଦିନ ଧରି ଅଟକି ରହିଥିଲା। ୪ ଦିନ ତଳେ ପୁଣି ଥରେ କାମ ଆରମ୍ଭ ହୋଇଥିଲା। ଏକ ଲିକ୍‌କୁ ମରାମତି କରିବା ପାଇଁ କିଛି ଶ୍ରମିକ ଓ ଇଞ୍ଜିନିୟର ଯାଇଥିବା ବେଳେ ଅଘଟଣ ଘଟିଥିଲା। ସେମାନଙ୍କ ମଧ୍ୟରୁ ଅନେକ ବାହାରି ଆସିବାରେ ସଫଳ ହୋଇଥିଲେ। ୨ ଜଣ ଇଞ୍ଜିନିୟର, ୨ ଜଣ ମେସିନ୍ ଅପରେଟର ଓ ୪ ଜଣ ଶ୍ରମିକ ଟନେଲ ଭିତରେ ଫସି ରହିଛନ୍ତି। ଏମାନେ ଝାଡଖଣ୍ଡ, ଉତ୍ତରପ୍ରଦେଶ, ଜାମ୍ମୁ-କାଶ୍ମୀର ଓ ପଞ୍ଜାବର ବାସିନ୍ଦା ବୋଲି ସୂଚନା ମିଳିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe