କନକ ବ୍ୟୁରୋ : ଗଞ୍ଜାମ ଜିଲ୍ଲା କୁକୁଡାଖଣ୍ଡିରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀ ମୃତ । ବ୍ଲକ କାର୍ଯ୍ୟାଳୟ  ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିଲେ ୨୧ ବର୍ଷୀୟ ରାଣୀ ପ୍ରଧାନ । ଗତକାଲି ଆତ୍ମହତ୍ୟା ଉଦ୍ୟମ କରୁଥିବାବେଳେ ସ୍ଥାନୀୟ ଲୋକେ ଯୁବତୀଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲେ । ଯୁବତୀ ଜଣଙ୍କ କାହିଁକି ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାହା ସ୍ପଷ୍ଟ ହୋଇନାହିଁ  ।