ରୁପାଲି ଛକରେ ମର୍ମନ୍ତୁଦ ଦୁର୍ଘଟଣା : ‘ଆମ ବସ୍’ ଧକ୍କାରେ ଜଣେ ମୃତ, ଅଟୋ ଚୁରମାର

Advertisment

ଦ୍ରୁତଗାମୀ ‘ଆମ ବସ୍’ ଏକ ଅଟୋକୁ ପଛରୁ ଜୋରରେ ଧକ୍କା ଦେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବସ୍‌ ମାଡ଼ରେ ଅଟୋଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଚୁରମାର ହୋଇଯାଇଛି ।

ଦ୍ରୁତଗାମୀ ‘ଆମ ବସ୍’ ଏକ ଅଟୋକୁ ପଛରୁ ଜୋରରେ ଧକ୍କା ଦେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବସ୍‌ ମାଡ଼ରେ ଅଟୋଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଚୁରମାର ହୋଇଯାଇଛି ।

Accident

Accident Photograph: (kanak news)

କନକ ବ୍ୟୁରୋ : ଭୁବନେଶ୍ୱରର ବ୍ୟସ୍ତବହୁଳ ରୁପାଲି ଛକରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ ‘ଆମ ବସ୍’ ଏକ ଅଟୋକୁ ପଛରୁ ଜୋରରେ ଧକ୍କା ଦେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବସ୍‌ ମାଡ଼ରେ ଅଟୋଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଚୁରମାର ହୋଇଯାଇଛି ।

ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ବସ୍ ଚାଳକଙ୍କ ବେପରୁଆ ଏବଂ ଦ୍ରୁତଗତିରେ ଗାଡ଼ି ଚାଳନା ଯୋଗୁଁ ଏହି ଅଘଟଣ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବା ସହ ହଟ୍ଟଗୋଳ କରିଥିଲେ । ଏହା ଫଳରେ ରୁପାଲି ଛକ ଓ ଶହୀଦ ନଗର ଅଞ୍ଚଳରେ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା ଏବଂ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା ।

ଅଧିକ ପଢ଼ନ୍ତୁ---ପାଣ୍ଡିଆନଙ୍କ ବିରୋଧରେ ତଦନ୍ତ ଆରମ୍ଭ ; କ୍ରାଇମବ୍ରାଞ୍ଚ ପକ୍ଷରୁ ଅଭିଯୋଗକାରୀ ସୁରେନ୍ଦ୍ର ପାଣିଗ୍ରାହୀଙ୍କୁ ନୋଟିସ୍

ଘଟଣାର ଖବର ପାଇ ପୁଲିସ ତୁରନ୍ତ ସେଠାରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରିଥିଲା । ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ଘଟଣାସ୍ଥଳରେ ପୁଲିସ ଫୋର୍ସ ମୁତୟନ କରାଯାଇଛି । ପୁଲିସ ଦୁର୍ଘଟଣା ଘଟାଇଥିବା ‘ଆମ ବସ୍‌’କୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ସହର ମଝିରେ ବାରମ୍ବାର ଏଭଳି ଦୁର୍ଘଟଣା ଘଟୁଥିବାରୁ ସାଧାରଣ ଜନତାଙ୍କ ମଧ୍ୟରେ ଭୟ ଓ ଅସନ୍ତୋଷ ଦେଖାଦେଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe