ଆୟୁଷ୍ମାନ କାର୍ଯ୍ୟକ୍ରମକୁ ଯାଉଥିଲେ ; ଧକ୍କା ଦେଲା ଟ୍ରକ୍

ଆୟୁଷ୍ମାନ ଯୋଜନା କାର୍ଯ୍ୟକ୍ରମକୁ ଯିବା ବେଳେ ଦୁର୍ଘଟଣା । ଆଠଗଡ-ମୁଣ୍ଡଳୀ ରାସ୍ତାର ଛତାବର ଛକରେ ବସକୁ ଧକ୍କା ଦେଲା ଟ୍ରକ୍ ।

Accident, Athagarh

Accident, Athagarh Photograph: (KanakNews)

କନକ ବ୍ୟୁରୋ: ଆୟୁଷ୍ମାନ ଯୋଜନା କାର୍ଯ୍ୟକ୍ରମକୁ ଯିବା ବେଳେ ଦୁର୍ଘଟଣା । ଆଠଗଡ-ମୁଣ୍ଡଳୀ ରାସ୍ତାର ଛତାବର ଛକରେ ବସକୁ ଧକ୍କା ଦେଲା ଟ୍ରକ୍ । ଫଳରେ ବସରେ ଥିବା ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଆହତଙ୍କ ମଧ୍ୟରେ ୧୦ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିଛନ୍ତି । ବସଟି ଆଠଗଡ଼ରୁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ତେବେ ଆହତମାନେ ଆଠଗଡ଼ ଥାନା ସମସରପୁର ପଞ୍ଚାୟତର ହୋଇଥିବା ଜଣାପଡ଼ିଛି ।

ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ମଞ୍ଚରେ ଉପସ୍ଥିତ ରହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, କଟକ ସାଂସଦ ଭର୍ତ୍ତୃହରି ମହତାବ, କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା, ଜଗତସିଂହପୁର ସାଂସଦ ବିଭୁ ତରାଇ ଏବଂ ସ୍ଥାନୀୟ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe