କନକ ବ୍ୟୁରୋ: ରାଉରକେଲା ରଘୁନାଥପାଲି ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ମାମଲା । ଆକ୍ସନ ମୋଡକୁ  ଆସିଛି ରାଉରକେଲା ପୋଲିସ । ଦୁଷ୍କର୍ମ ମାମଲାରେ ସମ୍ପୃକ୍ତ ସନ୍ଦେହରେ ୬ ଜଣଙ୍କୁ ବିଭିନ୍ନ ସ୍ଥାନରୁ ପୋଲିସ ଉଠାଇ ନେଇଛି । ଏସପିଙ୍କ ନେତୃତ୍ୱରେ ଗଠିତ ଟିମ୍ ଜାଲ ବିଛାଇ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ କାବୁ କରିବା ପାଇଁ ବ୍ଲୁ' ପ୍ରିଣ୍ଟ ପ୍ରସ୍ତୁତ କରିଛି । ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାର ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନର ସିସିଟିଭି ମଧ୍ୟ ଯାଞ୍ଚ କରୁଛି । ଏପରିକି ପୋଲିସର ଏକ ସ୍ୱତନ୍ତ୍ର ଟିମ୍ ରାଜ୍ୟ ବାହାରକୁ ଯାଇଥିବା ଜଣାପଡିଛି । ଘଟଣାରେ କିଏ କିଏ ସମ୍ପୃକ୍ତ ଅଛନ୍ତି ସେ ନେଇ ଛାନଭିନ ଜାରି ରହିଛି । ଖୁବଶୀଘ୍ର ଘଟଣା ଉପରୁ ପରଦା ହଟିବ ବୋଲି ପୋଲିସ କହିଛି ।

Advertisment