କନକ ବ୍ୟୁରୋ: ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଇଂଲଣ୍ଡର ଖ୍ୟାତି ସମ୍ପନ୍ନ ବକିଙ୍ଗହାମ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି । ଗୁରୁବାର ବକିଙ୍ଗହାମ୍ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହ ଅବସରରେ ଅଚ୍ୟୁତ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଅଚ୍ୟୁତ ସାମନ୍ତଙ୍କ ୬୫ତମ ସମ୍ମାନସୂଚକ ଡକ୍ଟରେଟ୍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଅଚ୍ୟୁତ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହି ସମ୍ମାନ ଗ୍ରହଣ କରି ଅଚ୍ୟୁତ ସାମନ୍ତ କହିଛନ୍ତି, ବିଗତ ୩ ଦଶନ୍ଧିରୁ ଅଧିକ ସମୟ ଧରି ମୁଁ ନିରନ୍ତର ଶିକ୍ଷା ଓ ସମାଜସେବା କ୍ଷେତ୍ରରେ କାମ କରିଆସୁଛି । ଏହି ସମ୍ମାନ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ କାମ କରିବାକୁ ଆହୁରି ପ୍ରେରଣା ଯୋଗାଇବ ବୋଲି ଅଚ୍ୟୁତ ସାମନ୍ତ କହିଛନ୍ତି । ଏହା ପୂର୍ବରୁ ସମାଜସେବା ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ବିଶ୍ୱର ବିଭିନ୍ନ ଦେଶର ବହୁ ସମ୍ମାନଜନକ ବିଶ୍ୱବିଦ୍ୟାଳୟ ଓ ପ୍ରତିଷ୍ଠିତ ଅନୁଷ୍ଠାନ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ, ବକିଙ୍ଗହାମ୍ ବିଶ୍ୱବିଦ୍ୟାଳୟ ଲଂଲଣ୍ଡର ଅନ୍ୟତମ ପୁରାତନ ଓ ମର୍ଯ୍ୟାଦାଜନକ ବିଶ୍ୱବିଦ୍ୟାଳୟ ଭାବେ ଖ୍ୟାତି ଅର୍ଜନ କରିଛି । ସମ୍ମାନସୂଚକ ଡକ୍ଟରେଟ୍ ପାଇଁ ମନୋନୟନ ପୂର୍ବରୁ ଶିକ୍ଷା ଜରିଆରେ ସମାଜସେବା କରୁଥିବା ଅଚ୍ୟୁତ ସାମନ୍ତଙ୍କ ବିଷୟରେ ଜାଣି ବିଶ୍ୱବିଦ୍ୟାଳୟ ସିନେଟ୍ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବକିଙ୍ଗହାମ୍ ବିଶ୍ୱବିଦ୍ୟାଳୟର କୁଳାଧିପତି ଡେମ୍ ମାରୀ ଆର୍ଚର, କୁଳପତି ପ୍ରଫେସର ଜେମ୍ସ ଟୁଲେ, ଉପକୁଳପତି ପ୍ରଫେସର ହାରିଏଟ୍ ଡନବାର ମୋରିସ୍ଙ୍କ ସମେତ ସିନେଟ୍ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ ।
ଅଚ୍ୟୁତ ସାମନ୍ତଙ୍କୁ ୬୫ତମ ସମ୍ମାନସୂଚକ ଡକ୍ଟରେଟ୍
ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଇଂଲଣ୍ଡର ଖ୍ୟାତି ସମ୍ପନ୍ନ ବକିଙ୍ଗହାମ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି । ଗୁରୁବାର ବକିଙ୍ଗହାମ୍ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହ ଅବସରରେ ଅଚ୍ୟୁତ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।
/kanak/media/media_files/2025/04/10/ro3asy9EGNFx4y1wL1O8.jpeg)