କନକ ବ୍ୟୁରୋ: ଆକ୍ସନ୍ ମୋଡରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ। ଜନଶୁଣାଣିରେ ଲୋକମାନେ ଆଣୁଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ୟ୍ୟାନୁଷ୍ଠାନ ନିଆଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ବା ସିଏମ୍ଓ ପକ୍ଷରୁ ଚିଠି ହୋଇଛି । ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି, ପୋଲିସ ଡିଜି, ପୋଲିସ କମିଶନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ହୋଇଛି ।
କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ଅନ ଦି ସ୍ପଟ୍ ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି । ଆଜି ସୁଦ୍ଧା ୯ଥର ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/02/06/CRmSGwCXXZR7MkJGf0w6.jpg)