କନକ ବ୍ୟୁରୋ : ଶ୍ରୀମନ୍ଦିର ରୋଷ ମଧ୍ୟରେ ଲୁହା କଡ଼େଇ ବ୍ୟବହାର ନେଇ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ । ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନିଷିଦ୍ଧ କରାଯାଇଛି । ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି କ୍ଷ ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ର ୨୧-ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି । ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ୟ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି । ଗତ ସେପ୍ଟେମ୍ବର ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ । ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷ ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା । ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରି ବାକୁ ମଧ୍ୟ ଜଣାଇ ଦିଆଯାଇଥିଲା । ଏହି ସମ୍ପୃକ୍ତ ସେବକଙ୍କ ଦ୍ଵାରା କଡ଼େଇ ଜବତ କାର୍ୟ୍ୟ ସମ୍ପାଦନ କରି କାର୍ୟ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ। ରିପୋର୍ଟ ଆସିବା ପରେ ତୁରନ୍ତ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ । ପୂର୍ବ ନିର୍ଦ୍ଦେଶ ପରେ ଅନ୍ୟ ସୁପକାର ମାନେ କଡ଼େଇ ବାହାର କରି ନେଇଥିବା ଜଣାପଡ଼ିଛି । ତେବେ ଏହି ତିନି ସୁପକାର କୋଠଭୋଗ ରୋଷରେ ବାରଣ ସତ୍ତ୍ୱେ ଲୁହା କଡ଼େଇ ବ୍ୟବହାର କରି ଅନ୍ନ ଡାଲି ରୋଷେଇ କରିଥିବା ଜଣା ପଡିବା ପରେ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ । ତିନି ସୁପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଶ୍ରୀମନ୍ଦିର ତଥା ରୋଷଘରେ ପ୍ରବେଶ ନିଷିଦ୍ଧ କରାଯାଇଛି । ପ୍ରବେଶ ନିଷିଦ୍ଧ କଟକଣା କାର୍ୟ୍ୟକାରି କରିବାକୁ ବିହିତ ପଦକ୍ଷେପ ନେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଏବଂ ଦେଉଳ କରଣଙ୍କୁ ଆଦେଶ ଜାରି କରିଛନ୍ତି ମୁଖ୍ୟ ପ୍ରଶାସକ
ଶ୍ରୀମନ୍ଦିର ରୋଷ ଭିତରେ ଲୁହା କଡ଼େଇ ବ୍ୟାବହାର ନେଇ କାର୍ଯ୍ୟାନୁଷ୍ଠାନ । ୩ ପାଳିଆ ସୁପକାରକଙ୍କ ବିରୋଧରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାନୁଷ୍ଠାନ
ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି କ୍ଷ ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ର ୨୧-ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି । ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ୟ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ କହିଛନ୍ତି । ଗତ ସେପ୍ଟେମ୍ବର ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ ।