କନକ ବ୍ୟୁରୋ: ଗୋଟିଏ ପଟେ ବନ୍ୟାକୁ ଅନ୍ୟପଟେ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତନଠାରୁ ୨.୫ କିମି ଉପରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଉପକୂଳରେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା । ଆଜି ସାରା ରାଜ୍ୟରେ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ। କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେପଟେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କଟକରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ। ବାଲେଶ୍ବର, ଭଦ୍ରକ, ଯାଜପୁରରେ ବନ୍ୟା ସ୍ଥିତି ଉପୁଜିଥିବାବେଲେ ଏହି ସବୁ ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/08/25/rain-2025-08-25-10-59-51.jpg)