ସକ୍ରିୟ ଲଘୁଚାପ ;  ସାରା ରାଜ୍ୟରେ ବର୍ଷା

ଉତ୍ତର- ପଶ୍ଚିମ ବଙ୍ଗୋପସାଗରେ ସକ୍ରିୟ ଲଘୁଚାପ । ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ମାଲକାନଗିରି, କୋରାପୁଟ୍ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ବାକି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ। 

Rain-3

କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି  । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଗାମୀ କିଛି ଘଣ୍ଟାରେ ଘନିଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ  । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶାରେ ଗତି କରିବାର ସମ୍ଭାବନା ରହିଛି  । 

ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ । ତେବେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବାକି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପ୍ରଭାବ ଜାରି ରହିବ । ତେବେ ୧୮ ତାରିଖରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe