କନକ ବ୍ୟୁରୋ : ଲୋକପ୍ରିୟ ଓଲିଉଡ୍‌ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ । ସେ ଥଣ୍ଡା, ଜ୍ବରରେ ପୀଡ଼ିତ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି । ଫୁସ୍‌ଫୁସ୍‌ ସଂକ୍ରମଣ ଜନିତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା ଦେଇଛନ୍ତି । 

Advertisment

ବୁଦ୍ଧାଦିତ୍ୟ ମହାନ୍ତି କେବଳ ଓଲିଉଡ୍‌ ନୁହେଁ‌ ବଲିଉଡ୍‌ରେ ମଧ୍ୟ ଏକ ପରିଚିତ ନାମ । ପ୍ରଥମେ ହିନ୍ଦୀ ଧାରାବାହିକରେ ଅବତୀର୍ଣ୍ଣ ହୋଇ ସମୟକ୍ରମେ ଓଲିଉଡ୍‌କୁ ଆସିଥିଲେ ବୁଦ୍ଧାଦିତ୍ୟ । ଓଡ଼ିଆ ରିୟାଲିଟି ସୋ’ ‘ସାଧବ ବୋହୂ’ ଜରିଆରେ ଘରେ ଘରେ ପ୍ରିୟ ପାଲଟି ପାରିଛନ୍ତି ଏହି କଳାକାର । ‘ନନ୍ଦିନୀ ଆଇ ଲଭ୍‌ ୟୁ’, ‌‘ପ୍ରେମ ରୋଗୀ’, ‘ପାଗଳ କରିଛି ପାଉଁଜି ତୋର’ ଆଦି ମନଛୁଆଁ ଚଳଚ୍ଚିତ୍ରରେ ଅଭିନୟ କରି ସେ ପାଲଟି ଯାଇଛନ୍ତି ଓଲିଉଡ୍‌ର ମଉଡ଼ମଣି । ସେ ଆଜି ଅସୁସ୍ଥ ‌ହୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆମେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛୁ ।