ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ : କ୍ଷୟକ୍ଷତି ନେଇ ସାମ୍ନାକୁ ଆସିନି ସ୍ପଷ୍ଟ ଚିତ୍ର

Advertisment

ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ, ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତର କେତେକ ସ୍ଥାନରେ କମ୍ପନ ଅନୁଭୂତ ।

ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ, ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତର କେତେକ ସ୍ଥାନରେ କମ୍ପନ ଅନୁଭୂତ ।

-earthquake-afghanistan

Photograph: (cdn.zeebiz.com)

କନକ ବ୍ୟୁରୋ : ଭୂମିକମ୍ପରେ ଥରିଲା ଆଫଗାନିସ୍ତାନ, ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତର କେତେକ ସ୍ଥାନରେ କମ୍ପନ ଅନୁଭୂତ । ବୁଧବାର ଭୋରରୁ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି, ହିନ୍ଦୁକୁଶ ଅଞ୍ଚଳରେ ଭୁପୃଷ୍ଠରୁ ୭୫ କିଲୋମିଟର ଗଭୀରତାରେ ଏହି ଭୂକମ୍ପ ସୃଷ୍ଟି ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରହିଛି । 

ଏହି ଭୂକମ୍ପରେ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ଭାରତର କିଛି ସ୍ଥାନରେ କମ୍ପନ ଅନୁଭୂତ ହୋଇଛି ବୋଲି ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ କୁହାଯାଇଛି । ଭୂକମ୍ପ କେନ୍ଦ୍ର ନିକଟରେ ୫.୯ ରିକ୍ଟର ସ୍କେଲର ଏକ ଭୂକମ୍ପ ଗୁରୁତର କ୍ଷତି ଘଟାଇବା ପାଇଁ ଯଥେଷ୍ଟ ଶକ୍ତିଶାଳୀ ବୋଲି ବିବେଚନା କରାଯାଏ । ତେବେ ଆଜିର ଏହି ଭୂମିକମ୍ପରେ କ୍ଷୟକ୍ଷତି ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ସାମ୍ନାକୁ ଆସିନାହିଁ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe