କନକ ବ୍ୟୁରୋ : ବଂଗୋପାସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପାଣିପାଗ ବିଭାଗର ଆଳକନ ଡର ବଢ଼ାଇଲାଣି । ଗୋଟିଏ ଲଘୁଚାପ ଦୁର୍ବଳ ନହେଉଣୁ ତା ପଛକୁ ଦାନାବାନ୍ଧିଲାଣି ଆଉ ଏକ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଯାହାର ପ୍ରଭାବରେ ୨୫ ଓ ୨୬ତାରିଖରେ ଓଡ଼ିଶାରେ ବଡ ବର୍ଷା ହେବାର ଆଶଙ୍କା କରାଯାଉଛି ।
ପଛକୁ ପଛ ଦୁଇଟି ଲଘୁଚାପ, ୨୦୨୫ରେ ରିପିଟ୍ ହେବ କି ୧୯୯୯ ମସିହା ଘଟଣା?
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତାକାଲି ଅବପାତରେ ପରିଣତ ହେବ । ଏହା ଉତ୍ତର ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ଗତି କରିବ । ପରବର୍ତ୍ତା ୨୪ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ତେବେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମି ୫ଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ ।
ରାଜ୍ୟର ପିଛା ଛାଡୁନି ଲଘୁଚାପ, ଆଜି ଠାରୁ ସପ୍ତାହେ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ବଂଗୋପସାଗରରେ ପଛକୁ ପଛ ଲଘୁଚାପ ଆସୁଥିବାରୁ ସତର୍କ କରିଛନ୍ତି ସରକାର । ଯେ କୌଣସି ପରିସ୍ଥିତିର ମୁକାବିଲ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।