କନକ ବ୍ୟୁରୋ : କୁକୁର ମାନଙ୍କୁ ନେଇ ସୁପ୍ରିମ କୋର୍ଟଙ୍କ ସଂଶୋଧିତ ରାୟ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ମତ୍ସ ପ୍ରାଣୀ ସମ୍ପଦ ମନ୍ତ୍ରୀଙ୍କ ପ୍ରତିକ୍ରିୟା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ରାଜ୍ୟରେ କଡାକଡି ପାଳନ କରିବ ବିଭାଗ । ମତ୍ସ ଓ ପ୍ରାଣୀ ସମ୍ପଦ ବିଭାଗ କରିବ ବୁଲା କୁକୁରଙ୍କ ଗଣନା। ବିଭାଗ ପକ୍ଷରୁ ବୁଲା କୁକୁରଙ୍କ ବନ୍ଧ୍ୟାକରଣ, ଗଣନା ଏବଂ ଟୀକାକାରଣ କରାଯିବ। ଏହାସହ ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରି ଅଣାଯାଇଥିବା ସ୍ଥାନରେ ଛାଡି ଦିଆଯିବ। ଯେଉଁମାନେ ହିଂସ୍ର ଓ ଜ୍ୱାଳାନ୍ତକ ରୋଗରେ ପୀଡିତ ଥିବେ ସେହି କୁକୁରଙ୍କୁ ଆଶ୍ରୟ ସ୍ଥଳରେ ରଖାଯିବ। ରାଜ୍ୟରେ ୭ ଲକ୍ଷ ବୁଲା କୁକୁର ଏବଂ ୬୪ ହଜାର ପୋଷା କୁକୁର ଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି । ଏହାସହ ମନ୍ତ୍ରୀ କହିଛନ୍ତି ବୁଲା କୁକୁରଙ୍କୁ ରାସ୍ତା କଡରେ ଖାଇବାକୁ ନଦେବାକୁ ସଚେତନ କରିବ ମୁନିସିପାଲିଟି । ରାସ୍ତା କଡ଼ରେ ଚିକେନ ମଟନ କାଟି ଏଣେ ତେଣେ ପକାଇପାରିବେ ନାହିଁ କିମ୍ବା ବୁଲା କୁକୁରଙ୍କୁ ବଳକା ମାଂସ ନଦେବାକୁ ମଧ୍ୟ ନିର୍ଦେଶ ରହିଛି । ସେଥିପାଇଁ ସର୍ବସାଧାରଣ ସ୍ଥାନରେ ଚିକେନ ମଟନ ନକାଟି ନିର୍ଦ୍ଧିଷ୍ଟ ସ୍ଥାନରେ ଦୋକାନ ରହିବ। ଏନେଇ ବିଭାଗ ପକ୍ଷରୁ ସମସ୍ତ ମୁନିସିପାଲିଟିକୁ ନିର୍ଦେଶ ଦିଆଯାଇଛି। ସାମଜିକ ସଂଗଠନ ଓ ଏନଜିଓମାନେ ବୁଲା କୁକୁରଙ୍କୁ ନିର୍ଦ୍ଧିଷ୍ଟ ସ୍ଥାନରେ ଖାଇବାକୁ ଦେବାକୁ ନିବେଦନ କରିଛନ୍ତି ମନ୍ତ୍ରୀ।
ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ ତତ୍ପର ରାଜ୍ୟ ସରକାର, ରାଜ୍ୟରେ ହେବ ବୁଲା କୁକୁରଙ୍କ ଗଣନା
ମତ୍ସ ଓ ପ୍ରାଣୀ ସମ୍ପଦ ବିଭାଗ କରିବ ବୁଲା କୁକୁରଙ୍କ ଗଣନା। ବିଭାଗ ପକ୍ଷରୁ ବୁଲା କୁକୁରଙ୍କ ବନ୍ଧ୍ୟାକରଣ, ଗଣନା ଏବଂ ଟୀକାକାରଣ କରାଯିବ। ଏହାସହ ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରି ଅଣାଯାଇଥିବା ସ୍ଥାନରେ ଛାଡି ଦିଆଯିବ। ଯେଉଁମାନେ ହିଂସ୍ର ଓ ଜ୍ୱାଳାନ୍ତକ ରୋଗରେ ପୀଡିତ ଥିବେ ସେହି କୁକୁରଙ୍କୁ ଆଶ୍ରୟ ସ୍ଥଳରେ ରଖାଯିବ। ରାଜ୍ୟରେ ୭ ଲକ୍ଷ ବୁଲା କୁକୁର ଏବଂ ୬୪ ହଜାର ପୋଷା କୁକୁର ଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।
/kanak/media/media_files/2025/08/23/34-2025-08-23-14-19-32.jpg)