ପ୍ରୟାଗରାଜ କୁମ୍ଭମେଳାରେ ଦଳାଚକଟା ପରେ ଏବେ ସ୍ଥିତି ସ୍ୱାଭାବିକ । ଗୁଜବ ଉପରେ ବିଶ୍ୱାସ ନକରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

Advertisment

ଅଜଥାରେ ଗହଳି ନକରିବାକୁ ପରାମର୍ଶ ଦେଇଛନ୍ତି ଯୋଗୀ। ସାହିସ୍ନାନ ବେଳେ ଦଳାଚକଟାରେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି। ଭିଡ଼ କମିବା ପରେ ପୁଣି ଥରେ ସାହି ସ୍ନାନ ଆରମ୍ଭ ହୋଇଛି।

34yogi

34yogi Photograph: (34yogi)

କନକ ବ୍ୟୁରୋ : ମହାକୁମ୍ଭମେଳାରେ ଦଳାଚକଟା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପରାମର୍ଶ। ଗୁଜବ ଉପରେ ବିଶ୍ବାସ ନକରିବାକୁ କହିଲେ ୟୁପି ମୁଖ୍ୟମନ୍ତ୍ରୀ। ଦଳାଚକଟା ସ୍ଥିତି ପରେ ଏବେ ସ୍ଥିତି ସ୍ବାଭାବିକ ରହିଛି। ଦିନ ତମାମ ମୌନି ଅମାବାସ୍ୟା ବୁଡ଼ ପକାଇବାର ଶୁଭ ମୁହୂର୍ତ୍ତ ରହିଛି। ଅଜଥାରେ ଗହଳି ନକରିବାକୁ ପରାମର୍ଶ ଦେଇଛନ୍ତି ଯୋଗୀ। ସାହିସ୍ନାନ ବେଳେ ଦଳାଚକଟାରେ ୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସଙ୍ଗମ ସ୍ଥଳରେ ହୋଇଥିବା ଦଳାଚକଟାରେ ଆହତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଉଛି। ଭିଡ଼ କମିବା ପରେ ପୁଣି ଥରେ ସାହି ସ୍ନାନ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୩ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇ ସାରିଲେଣି। ଆଜି ମୌନୀ ଅମାବାସ୍ୟା ପାଇଁ ପ୍ରୟାଗରାଜରେ ୧୦ କୋଟିରୁ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ ବୋଲି ଆଶା କରାଯାଇଥିଲା। ଭୋର ୪ଟାରୁ ଅମୃତ ସ୍ନାନ ଆରମ୍ଭ ହୋଇଥିଲା। ଏହା ପୂର୍ବରୁ ବୁଡ଼ ପକାଇବା ପାଇଁ ଶ୍ରଦ୍ଧାଳୁମାନେ ଏକାଠି ହୋଇଥିଲେ। ଏହି ସମୟରେ ବ୍ୟାରିକେଡ୍ ଭାଙ୍ଗିଯିବାରୁ ଦଳାଚକଟା ହୋଇଥିଲା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe