କନକ ବ୍ୟୁରୋ: ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । ଏପରିକି ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ କେନ୍ଦ୍ର  । ଏହି ୧୦ ଜିଲ୍ଲା ଗୁଡ଼ିକ ହେଉଛି-: ଅନୁଗୁଳ, ବଲାଙ୍ଗୀର, ବରଗଡ଼, ଦେବଗଡ଼, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ନୂଆପଡ଼ା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ବିପଦ ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।

Advertisment

ସେହିପରି ଜୁଲାଇ ୧୯ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।