କନକ ବ୍ୟୁରୋ: ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । ଏପରିକି ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ କେନ୍ଦ୍ର  । ଏହି ୧୦ ଜିଲ୍ଲା ଗୁଡ଼ିକ ହେଉଛି-: ସମ୍ବଲପୁର, ବରଗଡ଼, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଏବଂ ଝାରସୁଗୁଡ଼ା  । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ବିପଦ ରହିଥିବା ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।

Advertisment

ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରି ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି ।