କନକ ବ୍ୟୁରୋ: ରାଜ୍ୟର ୧୨ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ଼, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୭ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପ୍ଟେମ୍ବର ୨୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।