କନକ ବ୍ୟୁରୋ: ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, କେନ୍ଦୁଝର, ଗଜପତି, କନ୍ଧମାଳ, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ସୋନପୁର, ବାଲେଶ୍ବର, ମାଲକାନଗିରି, କଳାହାଣ୍ଡି, ଝାରସୁଗୁଡ଼ା ଓ ବରଗଡ଼ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପଟେ ପଛକୁ ପଛ ଲଘୁଚାପ । ଆସୁଛି ବଡ଼ ବର୍ଷା । ୨୬ରୁ ବଦଳିବ ପାଗ । ୨୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ୨୭ ଓ ୨୮ରେ ସବୁଠାରୁ ବେଶୀ ବର୍ଷା ଆଶଙ୍କା କରାଯାଉଛି । ମହାନଦୀ ଅବବାହିକାରେ ବି ଅଧିକ ବର୍ଷା ହୋଇପାରେ । ଆସନ୍ତା ୨୩ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ୨୬ ତାରିଖ ବେଳକୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧିବ । ଏହା ଘନୀଭୂତ ହୋଇ ୨୭ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ ଏବଂ ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗରେ ପ୍ରବେଶ କରିବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2025/09/19/18-21-2025-09-19-18-23-46.webp)