କନକ ବ୍ୟୁରୋ: ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଭଦ୍ରକ, ନୟାଗଡ଼, କଟକ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Advertisment

ଅକ୍ଟୋବର ୩ ତାରିଖରେ ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୪ ତାରିଖ ପାଇଁ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ମାଲକାନଗିରି, ଅନୁଗୁଳ, କୋରାପୁଟ, ରାୟଗଡ଼ା, ବୌଦ୍ଧ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ  ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପଟେ ଅକ୍ଟୋବର ୬ ତାରିଖ ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି ହୋଇଥିବାବେଳେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।