କନକ ବ୍ୟୁରୋ: ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଦେବଗଡ଼, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୁନ୍ଦରଗଡ଼ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପଟେ ଅକ୍ଟୋବର ୬ ତାରିଖ ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି ହୋଇଥିବାବେଳେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2025/10/04/18-21-2025-09-19-18-23-46-1-2025-2025-10-04-14-51-07.jpg)