କନକ ବ୍ୟୁରୋ: ରାଜ୍ୟର ୧୫ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର,କଳାହାଣ୍ଡି, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କନ୍ଧମାଳ ଏବଂ ମୟୂରଭଞ୍ଜ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୧୦ ତାରିଖରେ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୧୧ ତାରିଖ ପାଇଁ ଗଞ୍ଜାମ, ଗଜପତି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅକ୍ଟୋବର ୧୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୧୩ରୁ ୧୫ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଅକ୍ଟୋବର ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2025/10/09/3y4rf2wgebvajewnilse-2025-10-09-17-14-41.webp)