କନକ ବ୍ୟୁରୋ: ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  । ଏପରିକି ରାଜ୍ୟର ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରିଛି ପାଣିପାଗ କେନ୍ଦ୍ର  । ଏହି ୪ ଜିଲ୍ଲା ଗୁଡ଼ିକ ହେଉଛି-: ଜଗତସିଂହପୁର, କୋରାପୁଟ, ମାଲକାନଗିରି ଓ ନୟାଗଡ଼ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Advertisment

ଜୁଲାଇ ୨୨ ଓ ୨୩ ତାରିଖ ପାଇଁ ମଧ୍ୟ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ ଓ ରାୟଗଡ଼ା ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୨୪ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ ଓ କେନ୍ଦୁଝର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ,  ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।