କନକ ବ୍ୟୁରୋ: ରାଜ୍ୟର ୫ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, ବୌଦ୍ଧ , ଦେବଗଡ଼, ନୟାଗଡ଼, ସମ୍ବଲପୁର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୨୬ ତାରିଖ ପାଇଁ ମୟୁରଭଞ୍ଜ, କନ୍ଧମାଳ, ଭଦ୍ରକ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର ଓ କେନ୍ଦୁଝର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୭ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପ୍ଟେମ୍ବର ୨୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2025/09/25/4-29-750x430-1-2025-09-25-19-24-22.jpg)