କନକ ବ୍ୟୁରୋ: ରାଜ୍ୟର ୫ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କଟକ, ଗଞ୍ଜାମ, ଯାଜପୁର, କନ୍ଧମାଳ ଓ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୭ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅକ୍ଟୋବର ୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୧୦,୧୧ ଓ ୧୨ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଅକ୍ଟୋବର ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।