କନକ ବ୍ୟୁରୋ: ରାଜ୍ୟର ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ସୋନପୁର, ସମ୍ବଲପୁର, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ ଏବଂ କଳାହାଣ୍ଡି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୩୦ ତାରିଖ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପଟେ ଅକ୍ଟୋବର ୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୨ ତାରିଖ ପାଇଁ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୩ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଏପଟେ ଅକ୍ଟୋବର ୪ ତାରିଖରେ ନୂଆପଡା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି ଓ ବରଗଡ଼ ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିଭଳି ଅକ୍ଟୋବର ୫ ତାରିଖରୁ ୮ ତାରିଖ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2025/09/29/6-16-2025-09-07-22-31-02-1-2025-09-19-16-25-30-2025-09-29-22-01-18.webp)