କନକ ବ୍ୟୁରୋ: ରାଜ୍ୟର ୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ମୟୂରଭଞ୍ଜ, ସୁନ୍ଦରଗଡ଼, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼ ଓ ପୁରୀ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । 

Advertisment

ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୨୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨୩ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨୪ ତାରିଖ ପାଇଁ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଏପଟେ ସେପ୍ଟେମ୍ବର ୨୫ରେ କେନ୍ଦୁଝର, ମୟୂରଭଞ୍ଜ ଏବଂ ସେପ୍ଟେମ୍ବର ୨୬ରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।