କନକ ବ୍ୟୁରୋ: ରାଜ୍ୟର ୧୧ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦୁଝର, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2025/09/27/download-32s-2025-07-23-16-33-15-1-2025-09-27-10-30-48.jpg)