କନକ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଏପ୍ରିଲ ୧୨ ଯାଏଁ କାଳବୈଶାଖୀ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପର ରୂପ ନେଇଛି । ଆଗାମୀ ୨୪ଘଣ୍ଟା ଯାଏଁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ତୀବ୍ରତା ବଜାୟ ରଖିବା ସହ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ପରବର୍ତ୍ତି ୨୪ ଘଣ୍ଟାରେ ଦିଗ ବଦଳାଇ ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଧିରେ ଧିରେ ଦୁର୍ବଳ ହେବ ।
ଏପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୧୨ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ହୋଇଛି । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଲି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏପ୍ରିଲ ୧୨ ତାରିଖ ପରେ ରାଜ୍ୟରେ ବଦଳିବ ପାଣିପାଗ । ରାଜ୍ୟରେ ପୁଣି ପାଗ ଶୁଖିଲା ରହିବା ସହ ଖରା ବଢିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/04/09/f9lONApqP6FUA1KbuZ4c.jpg)