ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଓମାର ଅବଦୁଲ୍ଲା; ଶପଥପାଠ କାର୍ଯ୍ୟକ୍ରମକୁ ଗଲେନି ଇଣ୍ଡଇ ମେଣ୍ଟ ସଦସ୍ୟ

ଓମାର ଅବଦୁଲ୍ଲାଙ୍କ ଶପଥପାଠ କାର୍ଯ୍ୟକ୍ରମରେ ଯୋଗଦେଲେ ରାହୁଲ,ପ୍ରିୟଙ୍କା,ପହଞ୍ଚିଲେନି ଇଣ୍ଡି ମେଣ୍ଟର ଅନ୍ୟ ସଦସ୍ୟ । ନୂଆ ସରକାରଙ୍କୁ ବାହାରୁ ସମର୍ଥନ ଜଣାଇବ କଂଗ୍ରେସ । ଗୋଟିଏ ମନ୍ତ୍ରୀ ପଦ ଅଫରକୁ ପ୍ରତ୍ୟାଖାନ କରି ସରକାରରେ ନରହିବାକୁ ନିଷ୍ପତ୍ତି ।

39omar

କନକ ବ୍ୟୁରୋ: ଜମ୍ମୁ କାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ପ୍ରଥମ ସରକାର ବୁଧବାର ଶପଥ ଗ୍ରହଣ କରିଛନ୍ତି। ଓମାର ଅବଦୁଲ୍ଲା କାଶ୍ମୀରର ଇଣ୍ଟରନ୍ୟାଶନାଲ କନଭେନଶନ ସେଣ୍ଟରରେ ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଜମ୍ମୁ କଶ୍ମୀର ରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲା ଏବଂ ଅନ୍ୟ ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଇଥିଲେ । 

ସୂଚନାଯୋଗ୍ୟ, ଦୀର୍ଘ ୧୦ ବର୍ଷ ପରେ ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଅକ୍ଟୋବର ୮ରେ ଫଳାଫଳ ଘୋଷଣା ହୋଇଥିବାବେଳେ ଜମ୍ମୁ କଶ୍ମୀରରେ ୯୦ଟି ବିଧାନସଭା ଆସନ ପାଇଁ ତିନୋଟି ପର୍ୟ୍ୟାୟରେ ମତଦାନ ଅନୁଷ୍ଠିତ ହୋଇଥିଲା । ଶପଥ ନେବା ପୂର୍ବରୁ ଓମାର ଅବଦୁଲ୍ଲା ତାଙ୍କ ଜେଜେବାପା ସ୍ୱର୍ଗତ ଶେଖ ମହମ୍ମଦ ଅବଦୁଲ୍ଲାଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଓମାର ଅବଦୁଲ୍ଲାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ବହୁ ବରିଷ୍ଠ ନେତାଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲା। ହେଲେ ଇଣ୍ଡି ମେଣ୍ଟର ଅନେକ ସଦସ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇନଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe