କନକ ବ୍ୟୁରୋ: ପୁଷ୍ପା-୨ର ସ୍କ୍ରନିଙ୍ଗରେ ମହିଳାଙ୍କ ମୃତ୍ୟୁକୁ ନେଇ ଆଜି ହାଇଦ୍ରାବାଦ ପୋଲିସ ଦ୍ବାରା ଗିରଫ ହେବା ପରେ ତେଲେଙ୍ଗାନା ହାଇକୋର୍ଟରେ ପହଞ୍ଚିଛନ୍ତି ଅଲ୍ଲୁ ଅର୍ଜୁନ । ତାଙ୍କ ପରେ ପରେ ତାଙ୍କ ବଡିଗାର୍ଡଙ୍କୁ ଗିରଫ କରାଯିବା ପରେ ହାଇକୋର୍ଟରେ ପହଞ୍ଚି ମାମଲାର ଜରୁରୀକାଳୀନ ଶୁଣାଣି କରିବାକୁ ଅପିଲ କରିଛନ୍ତି । ହାଇକୋର୍ଟରୁ ଅଲ୍ଲୁଙ୍କୁ ହାଇଦ୍ରାବାଦର ଗାନ୍ଧୀ ହସ୍ପିଟାଲକୁ ସ୍ବାସ୍ଥାବସ୍ଥା ଯାଞ୍ଚ କରିବାକୁ ନିଆଯାଇଥିବା ଜଣାପଡିଛି ।
ସୂଚନା ମୁତାବକ, ପୁଷ୍ପା-୨ ସ୍କ୍ରିନିଂ ବେଳେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ପୋଲିସ ତାଙ୍କୁ ଗିରଫ କରିଛି । ଅଲ୍ଲୁଙ୍କୁ ଚି଼କ୍କାଡାପଲ୍ଲୀ ଥାନାକୁ ନିଆଯାଇଛି । ସୂଚନାଯୋଗ୍ୟ ଡିସେମ୍ବର ୪ ରେ ଏହି ଘଟଣା ଘଟିଥିଲା ଯେତେବେଳେ ଅଭିନେତାଙ୍କ ଟିକିଏ ଝଲକ ଦେଖିବାକୁ ସନ୍ଧ୍ୟା ଥିଏଟରରେ ବହୁ ଜନସମାଗମ ହୋଇଥିଲା । ଏଠାରେ ରେବଥି ନାମକ ଜଣେ ୩୯ ବର୍ଷ ବୟସ୍କା ମହିଳା ଶ୍ୱାସରୁଦ୍ଧ ହୋଇ ଜୀବନ ହରାଇଥିବାବେଳେ ତାଙ୍କର ଆଠ ବର୍ଷର ପୁଅ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ମହିଳାଙ୍କ ପରିବାରର ଅଭିଯୋଗ ପରେ ପୋଲିସ ଡିସେମ୍ବର ୫ ରେ ଅର୍ଜୁନ, ତାଙ୍କ ସୁରକ୍ଷା ଦଳ ଏବଂ ଥିଏଟର ମ୍ୟାନେଜମେଣ୍ଟ ବିରୋଧରେ ମାମଲା ଦାୟର କରିଥିଲା । ଅଭିଯୋଗ ଅନୁଯାୟୀ, ଅଲ୍ଲୁ ଅର୍ଜୁନ ସ୍କ୍ରିନିଂ ପାଇଁ ଆସିବେ ବୋଲି ପୋଲିସକୁ ଅବଗତ କରାଯାଇ ନଥିଲା । ଥିଏଟର ମ୍ୟାନେଜମେଣ୍ଟ କିନ୍ତୁ ଏବିଷୟରେ ବିଷୟରେ ଅବଗତ ଥିଲେ । ପୋଲିସ ପାଖରେ ସୂଚନା ଥିଲେ ହୁଏତ ଅଧିକ ସୁରକ୍ଷା ବ୍ୟବସ୍ଥା ସହିତ ଭିଡକୁ ନିୟନ୍ତ୍ରଣ କରିବାକୁ ଯୋଜନା କରିଥାନ୍ତେ। ଏହାବାଦ କେବଳ ମୁଖ୍ୟ ପ୍ରବେଶ ପଥକୁ ଛାଡିଦେଲେ ଥିଏଟର ସେଠାରେ ଦର୍ଶକଙ୍କ ପାଇଁ କୌଣସି ପୃଥକ ପ୍ରବେଶ କିମ୍ବା ପ୍ରସ୍ଥାନ ନଥିଲା। ତେଣୁ ଥିଏଟରରେ ପହଞ୍ଚିଥିବା ବହୁ ଜନସମାଗମ ଏବଂ ସୁରକ୍ଷା ଅଭାବରୁ ଏକ ଦଳାଚକଟା ସ୍ଥିତି ଉପୁଜିଥିଲା।
ଡିସେମ୍ବର ୪ ତାରିଖରେ ପୁଷ୍ପା-୨ର ସ୍କ୍ରିନିଂ ପାଇଁ ସନ୍ଧ୍ୟା ଥିଏଟରକୁ ଅଲ୍ଲୁ ଅର୍ଜୁନ ଆସୁଥିବା ନେଇ ତେଲଙ୍ଗାନା ପୁଲିସକୁ ଅବଗତ କରାଯାଇ ନଥିଲା ବୋଲି ଅଭିଯୋଗ ହୋଇଛି। କିନ୍ତୁ ଥିଏଟର କର୍ତ୍ତୃପକ୍ଷ ଅଲ୍ଲୁ ଅର୍ଜୁନ ଆସୁଥିବା କଥା ଜାଣିଥିଲେ। ଯଦି ପୁଲିସ ଜାଣିଥା’ନ୍ତା,ତା’ହେଲେ ଅଲ୍ଲୁ ଅର୍ଜୁନ ଆସିବା ପୂର୍ବରୁ ଅଧିକ ଫୋର୍ସ ମୁତୟନ କରିବା ସହିତ ସୁରକ୍ଷ ବ୍ୟବସ୍ଥାକୁ ଉତ୍ତମ କରିପାରିଥା’ନ୍ତା। ସେହିଭଳି ଦର୍ଶକଙ୍କ ପାଇଁ ପୃଥକ ପୃଥକ ପ୍ରବେଶ ଓ ପ୍ରସ୍ଥାନ ଦ୍ୱାରର ବ୍ୟବସ୍ଥା ନଥିଲା। ଯେହେତୁ ବହୁ ସଂଖ୍ୟାରେ ଲୋକ ଥିଏଟରରେ ପହଞ୍ଚିଥିଲେ ଓ ସେହି ତୁଳନାରେ ସୁରକ୍ଷା ବ୍ୟବସ୍ଥାହୋଇ ନଥିଲା,ତେଣୁ ଦଳା ଚକଟା ହୋଇଥିଲା।