କନକ ବ୍ୟୁରୋ: ଭୁବନେଶ୍ବରରେ ପହଞ୍ଚିଲେ ଅମିତ ଶାହ । ସ୍ବତନ୍ତ୍ର ବାୟୁସେନା ବିମାନରେ ଆସି ପହଞ୍ଚିଲେ ଶାହ । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସ୍ୱାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ବାବୁ ସିଂ, ରାଜ୍ୟ ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟପାଲ ସିଂ ତୋମାର ପ୍ରମୁଖ ବିମାନ ବନ୍ଦରରେ ପହଞ୍ଚି ସ୍ବାଗତ ଜଣାଛନ୍ତି । ତେବେ ବିମାନବନ୍ଦରରୁ ଯାଇ ସିଧାସଳଖ କଟକ ମୁଣ୍ଡଳୀସ୍ଥିତ ସିଆଇଏସ୍ଏଫ୍ କାର୍ଯ୍ୟକ୍ରମରେ ଯୋଗଦେବେ ।
ଅଧିକ ପଢନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ , ଆସନ୍ତାକାଲି କଟକରେ CISF ପ୍ରତିଷ୍ଠା ଦିବସରେ ଦେବେ ଯୋଗ
ପରେ ପାରାଦୀପରେ ଇଫ୍କୋ ପକ୍ଷରୁ ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ଣରେ ଜଟଣୀରେ ଜାତୀୟ ଫରେନ୍ସିକ ବିଜ୍ଞାନ ବିଶ୍ବବିଦ୍ୟାଳୟ(ଏନ୍ଏଫ୍ଏସ୍ୟୁ) ଓ କେନ୍ଦ୍ରୀୟ ଫରେନ୍ସିକ୍ ବିଜ୍ଞାନ ବିଶ୍ବବିଦ୍ୟାଳୟ(ସିଏଫ୍ଏସ୍ଏଲ୍)ର ଶିଳାନ୍ୟାସ କରିବେ । ସେଠାରୁ ଫେରି ଭୁବନେଶ୍ବରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀରେ ସାମିଲ ହେବେ । ସଂଧ୍ୟାରେ ଦିଲ୍ଲୀ ଫେରିଯିବେ। ଶାହଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/03/06/amit-shah-2026-03-06-10-41-32.jpg)