କନକ ବ୍ୟୁରୋ :ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଗସ୍ତରେ ଆସିବେ। ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ। ଅମିତ ଶାହଙ୍କ ଏହି ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ବରରେ ଏକ ପ୍ରସ୍ତୁତି ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା କରାଯାଇଛି। କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ପାଇଁ ସମସ୍ତ ବିଭାଗ ମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।
ଅମିତ୍ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ। ୬ ତାରିଖ ସକାଳେ କଟକ ମୁଣ୍ଡଳୀସ୍ଥିତ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ୟ୍ୟକ୍ରମରେ ଯୋଗଦେବେ । ଅପରାହ୍ଣରେ ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ। ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ।
ଆହୁରି ପଢ଼ନ୍ତୁ:ଓଡ଼ିଶାରୁ ପଶ୍ଚିମବଙ୍ଗକୁ ବାଲି ଚୋରାଚାଲାଣରେ ବଡ଼ ଖୁଲାସା ; କଲ୍ ରେକର୍ଡରେ ପୁଲିସ-ତହସିଲ ଅଧିକାରୀଙ୍କ ସମ୍ପୃକ୍ତି ଅଭିଯୋଗ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/27/16-2026-02-27-10-35-25.jpg)