କନକ ବ୍ୟୁରୋ : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆଜି ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡିଶାରେ ପହଞ୍ଚିବେ । ଆସନ୍ତାକାଲି ସକାଳେ କଟକ ମୁଣ୍ଡଳୀସ୍ଥିତ ସି.ଆଇ.ଏସ.ଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ।
ଅଧିକ ପଢନ୍ତୁ : ମାର୍ଚ୍ଚ ୧୬ରେ ରାଜ୍ୟସଭା ଭୋଟ୍, ଆଜି ନାମାଙ୍କନର ଶେଷ ସୁଯୋଗ
ଅପରାହ୍ଣରେ ଜଟଣୀ ଠାରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଏବଂ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାର, ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବେ । ସେଦିନ ଅପରାହ୍ଣରେ ଭୁବନେଶ୍ୱର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/03/05/amit-saha-2026-03-05-08-48-09.jpg)