କନକ ବ୍ୟୁରୋ : ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୁଲିସ ଘଟଣା ସ୍ଥଳରେ ପହଂଚି ଯାଂଚ୍ କରୁଛି ।
ପୁଲିସର କହିବା ମୁତାବକ ଅମୃତସର ଜିଲ୍ଲା ମଜୀଠା ଓ ମଡଇ ଗାଁ ଓ ଭାଗଲି ଗାଁରେ ବିଷାକ୍ତ ମଦ ପିଇବା କାରଣରୁ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଶବକୁ ପୁଲିସ ଜବତ କରି ପୋଷ୍ଟମର୍ଟମ୍ ପାଇଁ ପଠାଇଛି ।
ଅମୃତସର ଏସଏସପି ଏକ ଜାତୀୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି କି, ଏହି ମାମଲାର ଯାଂଚ ଏବେ ଆରମ୍ଭ ହୋଇଛି । ବିଷାକ୍ତ ମଦ କାରବାରର ମୁଖ୍ୟ ଅଭିଯୁକ୍ତ ପ୍ରଭଜିତ୍ ସିଂଙ୍କୁ ତୁରନ୍ତ ଗିରଫ କରାଯାଇଛି । ଏହାସହ ଏହି ମାମଲାରେ ଅନ୍ୟ ୫ ଅଭିଯୁକ୍ତମାନଙ୍କୁ ଗିରଫ କରି ପୁଲିସ ଯାଂଚ କରୁଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/05/13/vVlvT6URcrLXv8V8cJ9b.jpg)