କନକ ବ୍ୟୁରୋ : କଟକରେ ଏବର୍ଷ ପୁଣି ଖେଳାଯାଇପାରେ ଅନ୍ତର୍ଜାତୀୟ ମ୍ୟାଚ୍ । ଡିସେମ୍ବର ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯାଇପାରେ । ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ଡିସେମ୍ବରରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ଟିକିଆ ଟି-୨୦ ମ୍ୟାଚ ଖେଳାଯିବ । ପ୍ରଥମ ମ୍ୟାଚ ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ । ନଭେମ୍ବର ମାସରେ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍ ଭାରତ ଗସ୍ତରେ ଆସି ୨ଟି ଟେଷ୍ଟ, ୩ଟି ଦିନିକିଆ ମ୍ୟାଚ ଓ ୫ଟି ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ ଖେଳିବ । କୋଲକାତାରେ ବସିଥିବା ବିସିସିଆଇର ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ତେବେ ବାରବାଟୀରେ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ନେଇ ଓସିଏ ସଭାପତି ପଙ୍କଜ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଆମେ ବିସିସିଆଇକୁ ନିବେଦନ କରିଥିଲୁ । କିନ୍ତୁ ଏ ସମ୍ପର୍କରେ ବିସିସିଆଇ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଓସିଏ ପାଖକୁ ଆସିନାହିଁ । ଆଜି ବୈଠକର ଆଉ ଏକ ବଡ଼ ନିଷ୍ପତ୍ତି ହେଲା, ଏବର୍ଷ ମହିଳା କ୍ରିକେଟ୍ ବିଶ୍ବକପ୍ ଭାରତ ଆୟୋଜନ କରିବ । ଆସନ୍ତା ସେପ୍ଟେମ୍ବର ମାସରେ ମହିଳା କ୍ରିକେଟ୍ ବିଶ୍ବକପ୍ ଭାରତରେ ଖେଳାଯିବ। ଭାଇଜାଗରେ ହେବ ଉଦଘାଟନୀ ମ୍ୟାଚ୍ ।
ବାରବାଟୀରେ ଖେଳାଯାଇପାରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ । ଡିସେମ୍ବର ୯ ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ମ୍ୟାଚ୍ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା
ଡିସେମ୍ବରରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ଟିକିଆ ଟି-୨୦ ମ୍ୟାଚ ଖେଳାଯିବ । ପ୍ରଥମ ମ୍ୟାଚ ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ । ନଭେମ୍ବର ମାସରେ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍ ଭାରତ ଗସ୍ତରେ ଆସି ୨ଟି ଟେଷ୍ଟ, ୩ଟି ଦିନିକିଆ ମ୍ୟାଚ ଓ ୫ଟି ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ ଖେଳିବ ।
/kanak/media/media_files/2025/03/23/aCbR8Qud9lqVRti2jJBt.jpg)