କନକ ବ୍ୟୁରୋ: ଆହୁରି ୭ ଦିନ ତାଣ୍ଡବ ରଚିବ କାଳବୈଶାଖୀ । ରାଜ୍ୟରେ କାଳବୈଶାଖୀ ବର୍ଷାକୁ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୧୯ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଆସନ୍ତାକାଲି ପାଇଁ ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିମଧ୍ୟରୁ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ବର୍ଷା ହୋଇଥିବା ହୋଇଥିବା ବେଳେ ଗଂଜାମ ଚିକିଟିରେ ୬୪.୮ ମିମି ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ସେହିପରି ୩ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସର୍ବାଧିକ ତାପମାତ୍ରା ବଲାଙ୍ଗୀର ଜିଲ୍ଲାରେ ୪୦.୮ ଡିଗ୍ରୀ ରେକର୍ଡ କାରାଯାଇଛି ।
ଆହୁରି ୭ଦିନ କାଳବୈଶାଖୀ ନେଇ ପାଣିପାଗ ବିଭାଗର ସତର୍କ ସୂଚନା: ବିଜୁଳି, ଘଡ଼ଘଡ଼ି, ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଆଶଙ୍କା
ଆହୁରି ୭ ଦିନ ତାଣ୍ଡବ ରଚିବ କାଳବୈଶାଖୀ । ରାଜ୍ୟରେ କାଳବୈଶାଖୀ ବର୍ଷାକୁ ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
/kanak/media/media_files/2025/04/14/VLfNN1XjRH0OGKJd0KF9.jpg)