ବଙ୍ଗୋପସାଗରରେ ସୃଷ୍ଟିହେଲା ଆଉ ଏକ ଲଘୁଚାପ । ଏହି ସବୁ ଜିଲ୍ଲାକୁ ଜାରି ହେଲା ଓ୍ୱାର୍ଣ୍ଣିଂ....

Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନିଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନିଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି।

low pressure

କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନିଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଘଡଘହି ସହ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। 

ଆସନ୍ତା ୨୪ ଘଣ୍ଟା ପାଇଁ ଗଞ୍ଜାମ, ଗଜପତି,ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେଉଁଝର, ସମ୍ବଲପୁର, ବରଗଡ଼, ଦେଓଗଡ଼, ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ଅଞ୍ଚଳରେ ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଯାହାକୁ ନେଇ ଏହି ସବୁ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୨୬ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ବର୍ତ୍ତମାନ ସୁଦ୍ଧା ୧୦୩୪.୪ ମିମି ବର୍ଷା ରେକର୍ଡ ହୋଇଛି। ଏବେ ବି ୯ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୧୧୨୦.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ  ଅଧିକ ବର୍ଷା ହୋଇଛି। ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବାବେଳେ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe