କନକ ବ୍ୟୁରୋ: କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଲଘୁଚାପ । ଏହାର ପ୍ରଭାବରେ ୨୬ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟା ଭିତରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । 

Advertisment

ବେଙ୍ଗାପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବେଙ୍ଗାପସାଗରେର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କିମ୍ଵା ଦୁଇଟି ସ୍ଥାନେର ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନେର ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପ୍ରଭାବେର ୨୬ ତାରିଖ ଯାଏ ପ୍ରବଳ ବର୍ଷା ଜାରି ରହିବ ।

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ପ୍ରଭାବ ରହିବ ଘଡଘହି ସହ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ପାଇଁ ଗଂଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସମ୍ଵଲପୁର, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ଅଞ୍ଚଳେର ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୨୫ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକ, ସୁନ୍ଦରଗଡ଼, ସମ୍ଵଲପୁର, ଝାରସୁଗୁଡା, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ । ୨୬ରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଚଳିତ ମୌସୁମୀ ସିଜନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୩୪.୪ମିମି ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୯ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୧୧୨୦.୩ ମିମି ବର୍ଷା ସ୍ଵାଭାବିକ ରହିବା କଥା । ବତ୍ତର୍ମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ଵାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା କେବଳ ୨୦ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ ହୋଇଛି ।