କନକ ବ୍ୟୁରୋ : ଆସୁଛି ଆଉଏକ ଲଘୁଚାପ । ପ୍ରଭାବରେ କାଲିଠୁ ବଢ଼ିବ ବର୍ଷା । ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ସେପ୍ଟେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପ୍ରବଳ ବର୍ଷା ନେଇ ଆସନ୍ତା କାଲି ପାଇଁ ୧୮ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲାକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଦେଖିବାକୁ ମିଳିବ ।